ଦୁର୍ଘଟଣାସ୍ଥଳରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ରେଳ ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ବାହାନଗା ହାଇସ୍କୁଲ ନିକଟସ୍ଥ ହେଲିପ୍ୟାଡରେ ଓହ୍ଲାଇ ମମତା ସିଧାସଳଖ ଘଟଣାସ୍ଥଳକୁ ଯାଇ ଦୁର୍ଘଟଣା ସମ୍ପର୍କରେ ଆଲୋଚନା କରିଥିଲେ। ଏଥିସହ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦୁର୍ଘଟଣାରେ ମୃତ, ଆହତ ଓ ପୀଡ଼ିତଙ୍କ ଲାଗି ସହାୟତା ରାଶି ଘୋଷଣା କରିଛନ୍ତି। ଦୁର୍ଘଟଣାରେ ପ୍ରାଣ ହରାଇଥିବା ରାଜ୍ୟର ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପଶ୍ଚିମବଙ୍ଗ ସରକାର ୫ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି। ଏହାଛଡ଼ା ପ୍ରତ୍ୟେକ ଆହତଙ୍କ ପାଇଁ  ୧ ଲକ୍ଷ ଟଙ୍କା ଏବଂ ରାଜ୍ୟର ପୀଡ଼ିତଙ୍କ ପାଇଁ ୫୦ ହଜାର ଟଙ୍କା ସହାୟତା ଘୋଷଣା କରିଛନ୍ତି।

Leave a Reply

Your email address will not be published. Required fields are marked *

Back to top button