ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିଷ୍କାର ଦାବିରେ ୧୨ ଘଣ୍ଟିଆ ବଲାଙ୍ଗୀର ବନ୍ଦ

ବଲାଙ୍ଗୀର : ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିଜେପି ୧୨ ଘଣ୍ଟିଆ ବଲାଙ୍ଗୀର ଜିଲ୍ଲା ବନ୍ଦ ଡାକରା ଦେଇଛି। ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ଏହି ବନ୍ଦ ପାଳନ କରାଯିବ।

ମମିତା ମେହେର ହତ୍ୟାକାଣ୍ଡରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଲିଙ୍କ୍ ରହିଥିବା ବିଜେପି ଅଭିଯୋଗ ଆଣି ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଓ ମମିତାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି। ଏହାକୁ ନେଇ ବଲାଙ୍ଗୀର ଜିଲ୍ଲା ବନ୍ଦ ଡାକରା ଦିଆଯାଇଥିବାରୁ ଆଜି ସକାଳୁ ଯାନବାହନ ଚଳାଚଳ ବନ୍ଦ ରହିଛି। ସେହିପରି ଦୋକାନବଜାର ବନ୍ଦ ଥିବାବେଳେ ସ୍କୁଲ, କଲେଜ ଓ ଅଫିସ୍ ସବୁ କିଛି ବନ୍ଦ କରାଯିବ ବୋଲି ଜିଲ୍ଲା ସଭାପତି ଶିବାଜୀ ମହାନ୍ତି ସୂଚନା ଦେଇଛନ୍ତି। ବିଭିନ୍ନ ସ୍ଥାନରେ ବିଜେପି କର୍ମୀମାନେ ପିକେଟିଂ କରୁଥିବାର ଖବର ମିଳିଛି।

Leave a Reply

Your email address will not be published. Required fields are marked *

Back to top button