ମାର୍ଚ୍ଚ ୬ ଓ ୭ରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର : ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆଗାମୀ ମାର୍ଚ୍ଚ ୬ ଓ ୭ରେ ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ହେବ ଏହି ପଦାଧିକାରୀ ବୈଠକ।

ବିଜେପି ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ରଙ୍କ ସୂଚନା ଅନୁଯାୟୀ ମାର୍ଚ୍ଚ ୬ରେ ପଦାଧିକାରୀ ଓ ୭ ରେକାର୍ଯ୍ୟକାରିଣୀ ବୈଠକହେବ। ଏହି ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀଙ୍କ ସମେତ ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀଙ୍କ ସହିତ ପ୍ରଭାରୀ ବିଜୟ ପାଲ ସିଂ ତୋମରଙ୍କ ସମେତ ସମସ୍ତ ସାଂସଦଓ ବିଧାୟକ, ରାଜ୍ୟ ପଦାଧିକାରୀ ଓ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରମୁଖ ଯୋଗଦେବେ। ଏହି ଦୁଇ ଦିନିଆ କାର୍ଯ୍ୟକାରିଣୀ ବୈଠକରେ ଚାଷୀ ସମସ୍ୟା, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି, ସୀମା ବିବାଦ, ବିପର୍ଯ୍ୟସ୍ତ ଶିକ୍ଷା ଓ ସ୍ୱାସ୍ଥ୍ୟ ବ୍ୟବସ୍ଥା, କେନ୍ଦ୍ରୀୟ ଯୋଜନାଘୋଟାଲା, ମହିଳାସୁରକ୍ଷା, ବେରୋଜଗାର ଆଦି ପ୍ରସଙ୍ଗଗୁଡିକ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ବିସ୍ତୁତ ଭାବେ ଆଲୋଚନା କରାଯିବା ସହ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ବୋଲି ଶ୍ରୀ ମହାପାତ୍ର କହିଛନ୍ତି।

Leave a Reply

Your email address will not be published. Required fields are marked *

Back to top button