ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ସୂଚୀ

ଭୁବନେଶ୍ୱର : ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ସୂଚୀ। ଚଳିତ ବର୍ଷ ମେ’ ୩ରୁ ୧୫ ତାରିଖ ଯାଏଁ ପରୀକ୍ଷା ଚାଲିବ। ପ୍ରଥମ ଦିନ ଅର୍ଥାତ ମେ ୩ ତାରିଖରେ ରହିଛି ମାତୃଭାଷା ଓଡ଼ିଆ। ମେ ୫ରେ ଇଂଲିଶ ଏବଂ ୭ ତାରିଖରେ ହେବ ହିନ୍ଦୀ ପରୀକ୍ଷା। ସେହିପରି ମେ ୮ ତାରିଖରେ ସଂସ୍କୃତ ଏବଂ ୧୦ରେ ଗଣିତ ପରୀକ୍ଷା ହେବ।
୧୨ରେ ବିଜ୍ଞାନ ଓ ୧୫ ତାରିଖରେ ସାମାଜିକ ବିଜ୍ଞାନ ପରୀକ୍ଷା ହେବ ବୋଲି ସୂଚୀ ପ୍ରକାଶ ପାଇଛି। ଦୈନିକ ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହୋଇ ୧୦ଟା ଯାଏଁ ଚାଲିବ। କିନ୍ତୁ ଗଣିତ ପରୀକ୍ଷାରେ ଅଧିକ ୧୫ ମିନିଟ ସମୟ ଦିଆଯିବ। ଏଥର ମଧ୍ୟ OMRରେ ଅବ୍ଜେକ୍ଟିଭ ଏବଂ ବୁକ୍ଲେଟରେ ସବ୍ଜେକ୍ଟିଭ ଉତ୍ତର ଲେଖିବେ ଛାତ୍ରଛାତ୍ରୀ। ଏ ବର୍ଷ ମାଟ୍ରିକ ପରୀକ୍ଷା ଦେବେ ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ।