ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ବିଳମ୍ବରେ ହେବ

ଭୁବନେଶ୍ଵର : ଚଳିତବର୍ଷ ମାଟ୍ରିକ ଓ ଯୁକ୍ତଦୁଇ ପରୀକ୍ଷା ବିଳମ୍ବ ହେବ। ସର୍ବନିମ୍ନ ୩ ମାସ ପାଠ ପଢ଼ାପରେ ପରୀକ୍ଷା ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।

ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ଦଶଙ୍କ ସୂଚନା ଅନୁଯାୟୀ ଚଳିତ ଶିକ୍ଷାବର୍ଷରେ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ବିଳମ୍ବିତ ହୋଇପାରେ। କିନ୍ତୁ ପରୀକ୍ଷା ହେବ। ଏଥିପାଇଁ ସର୍ବନିମ୍ନ ୩ ମାସ ପାଠପଢ଼ା ଯିବାପରେ ପରୀକ୍ଷା ଵ୍ୟଵସ୍ଥା କରାଯିବ। ଯଦି ସର୍ବ ଭାରତୀୟ ସ୍ତରରେ ପରୀକ୍ଷା ବନ୍ଦ ପାଇଁ ନିଷ୍ପତ୍ତି ହୁଏ ତେବେ ହୁଏତ ପରୀକ୍ଷା ବନ୍ଦ ହୋଇପାରେ। ସେ କହିଛନ୍ତି ରାଜ୍ୟ ସରକାର ନିଜଆଡୁ ପରୀକ୍ଷା ବନ୍ଦ କରିବେ ନାହିଁ। ପରୀକ୍ଷା ବନ୍ଦ ହେଲେ ଛାତ୍ରଛାତ୍ରୀ ଗୋଟିଏ ବର୍ଷ ପଛୁଆ ହୋଇଯିବେ। ଡିସେମ୍ବର ୩୧ ପରେ ଦଶମ ଓ ଦ୍ଵାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିବା ବ୍ୟବସ୍ଥା ଉପରେ ଆଲୋଚନା କରାଯିବ ବୋଲି ଶ୍ରୀ ଦାଶ କହିଛନ୍ତି।

ମତାମତ ଦିଅନ୍ତୁ ।