Breaking Newsରାଜ୍ୟ

ମାଟ୍ରିକ ପରୀକ୍ଷା ଫି’ ଛାଡ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର : ଛାତ୍ର ସମାଜର ବୃହତର ସ୍ଵାର୍ଥକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ଵାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ଫି’ ଛାଡ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ଵାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ। ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କା ବ୍ୟୟଭାର ବହନ କରିବେ।

ସୂଚନାଯୋଗ୍ୟ ମାଟ୍ରିକ ପରୀକ୍ଷା ପାଇଁ ପ୍ରତି ପିଲାଙ୍କୁ ୪୨୦ ଟଙ୍କା ଲେଖାଏଁ ଫି’ ଦେବାକୁ ପଡିଥାଏ। କରୋନା ପରିପ୍ରେକ୍ଷୀରେ ୨୦୨୦-୨୧ ଶିକ୍ଷା ବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି। ଦୀର୍ଘ ୯ ମାସ ସ୍କୁଲ ବନ୍ଦ ରହିବା ପରେ ଜାନୁଆରି ୮ ତାରିଖରୁ କେବଳ ଦଶମ ଓ ଦ୍ଵାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି ଖୋଲାଯାଇଛି । ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା ପାଠ୍ୟକ୍ରମରେ ବିଭିନ୍ନ ବିଷୟରେ ଥିବା ସନ୍ଦେହ ଦୂର କରିବା ପାଇଁ କ୍ଲାସ କରାଯାଉଛି। କରୋନା ଯୋଗୁ ଲୋକଙ୍କର ଜୀବନଜୀବିକା ପ୍ରଭାବିତ ହୋଇଛି। ମୁଖ୍ୟମନ୍ତ୍ରୀଙ୍କର ଏହି ନିଷ୍ପତ୍ତି ଫଳରେ ଅର୍ଥାଭାବରୁ କୌଣସି ପିଲା ପରୀକ୍ଷା ଦେବାରୁ ବଞ୍ଚିତ ହେବେ ନାହିଁ।

ମତାମତ ଦିଅନ୍ତୁ ।

Back to top button