ମୟୂରଭଞ୍ଜ ରାଜମାତା ଭାରତୀ ରାଜ୍ୟଲକ୍ଷ୍ମୀଙ୍କ ପରଲୋକ

ବାରିପଦା : ମୟୁରଭଞ୍ଜ ରାଜମାତା ଶ୍ରୀମତୀ ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓଙ୍କର ବେଲଗଡ଼ିଆ ରାଜପ୍ରାସାଦରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ବର୍ଷ ବୟସ ହୋଇଥିଲା । ସେ ନେପାଳ ନରେଶ ତ୍ରିଭୁବନଙ୍କ କନ୍ୟା ଓ ମୟୁରଭଞ୍ଜ ମହାରାଜା ପ୍ରତାପ ଚନ୍ଦ୍ର ଭଞ୍ଜଦେଓଙ୍କ ପୁତ୍ରବଧୂ। ତାଙ୍କ ସ୍ଵାମୀ ମହାରାଜା ପ୍ରଦୀପ ଚନ୍ଦ୍ର ଭଞ୍ଜଦେଓଙ୍କର ଗତ ୨୦୦୦ ମସିହାରେ ପରଲୋକ ହୋଇଥିଲା। ପୂର୍ବତନ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ମୟୂରଭଞ୍ଜ ମହାରାଜା ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓଙ୍କ ମାତା ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓ ଗତ କିଛି ଦିନ ଧରି ଅସୁସ୍ଥ ଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।

ମତାମତ ଦିଅନ୍ତୁ ।