ମେ ୧୩ରେ ପିପିଲି ଉପ ନିର୍ବାଚନ : ଘୋଷଣା ହେଲା ସାନି ତାରିଖ

0

ଭୁବନେଶ୍ୱର : ଆସନ୍ତା ମେ’ ୧୩ ତାରିଖରେ ପିପିଲି ଉପନିର୍ବାଚନ। ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଏହି ସୂଚନା ମିଳିଛି।

କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ ପରେ ପିପିଲି ଉପ ନିର୍ବାଚନ ପାଇଁ ନିର୍ବାଚନ ସ୍ଥଗିତ ରହିଥିଲା। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଶନିବାର ସାନି ତାରିଖ ଘୋଷଣା କରିଛନ୍ତି। ଏହି ଘୋଷଣା ଅନୁଯାୟୀ ମେ’ ୧୩ ତାରିଖରେ ହେବ ପିପିଲି ଉପନିର୍ବାଚନ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ନିର୍ବାଚନ ପାଇଁ ୨୦୨୧ ଏପ୍ରିଲ ୧୯ ତାରିଖରେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ। ୧୯ରୁ ୨୬ ତାରିଖ ମଧ୍ୟରେ ନାମାଙ୍କନ ପତ୍ର ଦାଖଲ ଓ ୨୭ ତାରିଖରେ ପ୍ରାର୍ଥୀପତ୍ର ଯାଂଚ କରାଯିବ। ୨୯ତାରିଖ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କରାଯାଇ ପାରିବ।

ସୂଚନାଯୋଗ୍ୟ ପିପିଲି ଉପନିର୍ବାଚନ ପାଇଁ ଏପ୍ରିଲ ୧୭ ତାରିଖରେ ମତଦାନ ଥିଲା। କିନ୍ତୁ ମତଦାନ ପୂର୍ବରୁ ଗତ ୧୪ ତାରିଖରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ଉପନିର୍ବାଚନ ସ୍ଥଗିତ ରଖାଯାଇଥିଲା। ଏବେ ଉପନିର୍ବାଚନ ପାଇଁ କେବେଳ କଂଗ୍ରେସ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ।

Leave A Reply

Your email address will not be published.