ମୋ କଲେଜ ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ମୋ କଲେଜ’ ଅଭିଯାନର ଶୁଭାରମ୍ଭ ଓ ପୋର୍ଟାଲ ଉନ୍ମୋଚନ କରିଛନ୍ତି। ‘ମୋ କଲେଜ’ ଅଭିଯାନରେ ରାଜ୍ୟର ସମସ୍ତ କଲେଜ ସହ ବିଶ୍ୱବିଦ୍ୟାଳୟ ସାମିଲ୍ ହୋଇଛି। ଯୋଡି ହୋଇଛି ପାଖାପାଖି ୭୫୫ଟି ଶିକ୍ଷାନୁଷ୍ଠାନ। ଏହି ଅଭିଯାନ ମାଧ୍ୟମରେ ପୂରାତନ ଛାତ୍ରଛାତ୍ରୀ ସହାୟତା ଦେଇପାରିବେ।

ରବିବାର ‘ମୋ କଲେଜ’ ଅଭିଯାନର ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଏହି ଅଭିଯାନ ଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରେ ଥିବା ବ୍ୟକ୍ତିବିଶେଷ କଲେଜ ସହ ଯୋଡ଼ି ହୋଇପାରିବେ। ‘ମୋ ସ୍କୁଲ’ ଭଳି ‘ମୋ କଲେଜ’ ଅଭିଯାନ ସଫଳ ହେବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି। ଏହି ଅଭିଯାନ କେବଳ କଲେଜ ଆଲୁମିନା ମଧ୍ୟରେ ସୀମିତ ନୁହେଁ ବରଂ ଏହା ସମସ୍ତଙ୍କ ଲାଗି ଉନ୍ମୁକ୍ତ। ଯେ କେହିବି ଚାହିଁଲେ କୌଣସି ଶିକ୍ଷାନୁଷ୍ଠାନ ଲାଗି ଅର୍ଥ ଦେଇପାରିବେ।

ମୁଖ୍ୟମନ୍ତ୍ରୀ କହିଲେ ଉଚ୍ଚଶିକ୍ଷା କ୍ଷେତ୍ରରେ ସରକାର ଅନେକ ଗୁଡ଼ିଏ ପଦକ୍ଷେପ ନେଇଛନ୍ତି। ‘ମୋ କଲେଜ’ ଅଭିଯାନ ମାଧ୍ୟମରେ ଆପଣଙ୍କ ସହଯୋଗ ଆପଣ ପଢ଼ିଥିବା କଲେଜକୁ ଆଉ ଏକ ପାଦ ଆଗକୁ ଆଗେଇ ନେବ। ସରକାର ପ୍ରତି ଶିକ୍ଷାନୁଷ୍ଠାନକୁ ପ୍ରତିବର୍ଷ ୫୦ ହଜାର ଟଙ୍କା ‘ମୋ କଲେଜ’ ଅଭିଯାନ ପାଇଁ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। କଲେଜ ଉନ୍ନତିକରଣ ପାଇଁ ବ୍ୟକ୍ତିବିଶେଷ ଦେଉଥିବା ଅନୁଦାନର ଦୁଇଗୁଣ ଅର୍ଥ ‘ମୋ କଲେଜ’ ଅଭିଯାନର ସ୍ଥାୟୀ ପାଣ୍ଠିରୁ ଯୋଗାଇ ଦେବେ।

ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷାମନ୍ତ୍ରୀ ଡ॰ ଅରୁଣ ସାହୁ, ମୋ କଲେ କାର୍ଯ୍ୟକ୍ରମର ଅଧ୍ୟକ୍ଷ ଆକାଶ ଦାସ ନାୟକ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଫାଇଭ ଟି ସଚିବ ଭି କେ ପାଣ୍ଡିଆନ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *

Back to top button