‘ଆମ ପୋଖରୀ’ ଯୋଜନାର ଶୁଭାରମ୍ଭ

ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ଆମ ପୋଖରୀ’ ଯୋଜନା ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାର ମୁଖ୍ୟ ଉଦେଶ୍ୟ ସହରାଂଚଳରେ ଥିବା ସମସ୍ତ ଜଳାଶୟର ନବୀକରଣ।

ଖବର ଅନୁଯାୟୀ ପୋଖରୀ ଯୋଜନା’ରେ ରାଜ୍ୟର ସମସ୍ତ ୧୧୫ଟି ପୌରାଞ୍ଚଳରେ ଥିବା ପ୍ରାୟ ଦୁଇ ହଜାର ବୃହତ ଜଳାଶୟର ନବୀକରଣ କରାଯିବ। ଅବସର ସମୟରେ ଜନସାଧାରଣଙ୍କ ମନୋରଞ୍ଜନ ପାଇଁ ପୋଖରୀର ଚାରିପଟେ ସୌନ୍ଦର୍ଯ୍ୟକରଣ କରାଯିବ। ମିଶନ ଶକ୍ତି ମହିଳାଙ୍କ ସହ ସହଭାଗିତାରେ ପ୍ରକଳ୍ପ ଗୁଡିକର ନବୀକରଣ ଓ ରକ୍ଷଣାବେକ୍ଷଣ କରାଯିବ। ପ୍ରାକୃତିକ ଉପାୟରେ ଉପକୂଳ ପରିବେଶ ଓ ସହରାଞ୍ଚଳରେ ପାରିପାର୍ଶ୍ୱିକ ସ୍ଥିତିରେ ପରିବର୍ତ୍ତନ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଲୋକସେବା ଭବନର କନଭେନସନ୍ ସେଣ୍ଟରରେ ମୁଖ୍ୟମନ୍ତ୍ରୀ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି।

Leave a Reply

Your email address will not be published. Required fields are marked *

Back to top button