ମୋକିମ୍‌ଙ୍କୁ ୧୦ ହଜାର ଜରିମାନା

କଟକ : ନିର୍ବାଚନ ଅନିୟମିତତା ମାମଲାରେ ହାଜର ନହେବାରୁ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ହାଇକୋର୍ଟ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ଏହି ଟଙ୍କା ହାଇକୋର୍ଟ ବାର ୱେଲ ଫେୟାର ଫଣ୍ଡରେ ଦାଖଲ କରିବେ। ଏଥିସହ ଆସନ୍ତା ୧୧ ତାରିଖରେ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦେଶ ଦେଇଛନ୍ତି।

ଖବର ଅନୁଯାୟୀ କଟକ-ବାରବାଟୀ ବିଧାନସଭା ନିର୍ବାଚନ ଅନିୟମିତତା ମାମଲାର ଗୁରୁତ୍ୱ ନଥିବା ଦର୍ଶାଇ ବିଧାୟକ ମହମ୍ମଦ ମୋକିମଙ୍କ ପକ୍ଷରୁ ହୋଇଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି। ଆବେଦନକାରୀଙ୍କୁ ୫ ହଜାର ଟଙ୍କାର ଜରିମାନା ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ବିଧାୟକ ମହମ୍ମଦ ମୋକିମ ମିଥ୍ୟା ସତ୍ୟପାଠ ଦାଖଲ କରିଥିବା ନେଇ ବିଜେଡି ବିଧାୟକ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଅଭିଯୋଗ କରିଥିଲେ। ଏହି ମାମଲାର ଗୁରୁତ୍ୱ ନଥିବା ଦର୍ଶାଇ କଟକ-ବାରବାଟୀ ବିଧାୟକ ମାମଲାକୁ ବିନା ଶୁଣାଣିରେ ଖାରଜ କରିବାକୁ ହାଇକୋର୍ଟରେ ଏକ ପିଟିସନ ଦାଖଲ କରିଥିଲେ। ଏହାକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି।

Leave a Reply

Your email address will not be published. Required fields are marked *

Back to top button