୩ ଦିନ ଭିତରେ ମୌସୁମୀ ଓଡ଼ିଶା ଛୁଇଁବ

ଭୁବନେଶ୍ଵର : ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଉପକୂଳ ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗର କିଛି ଅଞ୍ଚଳକୁ ପ୍ରବେଶ କରିଛି। ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ଓଡ଼ିଶାରେ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି। ଯଦି ସ୍ୱଳ୍ପ ବର୍ଷା ଲାଗି ରହେ ତେବେ ତାହାକୁ ପ୍ରାକ୍‌ ମୌସୁମୀ ବର୍ଷା କୁହାଯିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ସୂଚନା ଦେଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୋଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ସହିତ ବଜ୍ରପାତର ସମ୍ଭାବନା ରହିଛି।

ସେହିପରି ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୋଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Leave a Reply

Your email address will not be published. Required fields are marked *

Back to top button