ମୌସୁମୀ ଓଡ଼ିଶା ଛୁଇଁଲା

ଭୁବନେଶ୍ଵର : ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି ଓଡ଼ିଶା ଛୁଇଁଛି। ଆସନ୍ତା ଦୁଇଦିନ ମଧ୍ୟରେ ସାରା ରାଜ୍ୟକୁ ଅଗ୍ରସର ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଗୁରୁବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାକୁ ପ୍ରବେଶ କରିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଗାମୀ ୨୪ ଘଣ୍ଟା ମଧ୍ୟରେ କେତେକ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *

Back to top button