ବଙ୍ଗୋପ ସାଗରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ଜୁନ୍ ୬ ତାରିଖରେ ଆରବ ସାଗର ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହା ଦକ୍ଷିଣ ଓ ପୂର୍ବ ଭାରତକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବାହକୁ ପ୍ରଭାବିତ କରିପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବନୁମାନ କରିଛନ୍ତି।

ପାଣିପାଗ ବିଶେଷଜ୍ଞ ତଥା ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି ସମ୍ଭାବ୍ୟ ଲଘୁଚାପ କ୍ଷେତ୍ରର ତୀବ୍ରତା ଓ ଗତିପଥକୁ ନେଇ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁର ଅଗ୍ରଗତି ନିର୍ଭର କରେ। ତେବେ ଜୁନ୍ ୨ରୁ ୯ ତାରିଖ ମଧ୍ୟରେ ଦିନର ତାପମାତ୍ରା ବୃଦ୍ଧି ହେବ। ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

ବର୍ତ୍ତମାନ ଅନୁଭୂତ ହେଉଥିବା ପାଗ ଅନୁଯାୟୀ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ଦିନର ତାପମାତ୍ରା ୪୨ ଡିଗ୍ରୀରୁ କମ୍ ଓ ଉପକୂଳ ଅଞ୍ଚଳରେ ୪୦ ଡିଗ୍ରୀରୁ କମ୍ ରହିବ। ଉତ୍ତର ଆରବ ସାଗରରେ ଆଣ୍ଟିସାଇକ୍ଲୋନ୍ ଓ ବଙ୍ଗୋପ ସାଗରରୁ ପ୍ରବାହିତ ପବନ ହେତୁ ଓଡ଼ିଶାରେ କାଳବୈଶାଖୀର ପ୍ରଭାବ ରହିବ ବୋଲି ସେ କହିଛନ୍ତି।

Leave a Reply

Your email address will not be published. Required fields are marked *

Back to top button