ନବମ ଓ ଏକାଦଶ ଶ୍ରେଣୀ କ୍ଲାସ୍ ବନ୍ଦ

ଭୁବନେଶ୍ଵର : ରାଜ୍ୟରେ କରୋନା ସଂକ୍ରମଣ ବାଢୁଥିବାରୁ ରାଜ୍ୟ ସରକାର ନବମ ଓ ଏକାଦଶ ଶ୍ରେଣୀ ପାଠପଢା ବନ୍ଦ ରଖିବାକୁ ଘୋଷଣା କରାଯାଇଛି। ନିର୍ଦ୍ଦେଶାନାମା ଅନୁଯାୟୀ ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ସ୍କୁଲରେ ପାଠପଢା ଏପ୍ରିଲ ୩୦ ପର୍ଯ୍ୟନ୍ତ ବନ୍ଦ ରହିବ।

ବୁଧବାର ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତି ଅନୁଯାୟୀ ଉପରୋକ୍ତ ଦୁଇ ଶ୍ରେଣୀର ପିଲାଙ୍କୁ ଘରକୁ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯଦି ଛାତ୍ରଛାତ୍ରୀ ହୋଷ୍ଟେଲ ଓ ଆବାସିକ ସ୍କୁଲରେ ପଢୁଛନ୍ତି ତେବେ ସେମାନଙ୍କୁ ଶୀଘ୍ର ଘରକୁ ଯିବାକୁ କୁହାଯାଇଛି। କିନ୍ତୁ ଦଶମ ଓ ଦ୍ଵାଦଶ ଶ୍ରେଣୀ କ୍ଲାସ୍ ଏପ୍ରିଲ ୨୫ ପର୍ଯ୍ୟନ୍ତ ଚାଲୁ ରହିବ। ନବମ ଓ ଏକାଦଶ ଶ୍ରେଣୀ ଏପ୍ରିଲ ୮ରୁ ୩୦ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ସୂଚନା ରହିଛି।

Leave a Reply

Your email address will not be published. Required fields are marked *

Back to top button