ନବୀନ ନନ୍ଦ କଂଗ୍ରେସ ଛାଡ଼ିଲେ

ଭୁବନେଶ୍ୱର : ଢେଙ୍କାନାଳର ପୂର୍ବତନ ବିଧାୟକ ନବୀନ ନନ୍ଦ କଂଗ୍ରେସରୁ ଇସ୍ତଫା ଦେଇଥିବା ସୋସିଆଲ ମିଡିଆ ମାଧ୍ୟମରେ ସୂଚନା ଦେଇଛନ୍ତି।

ଶ୍ରୀ ନନ୍ଦ ଲେଖିଛନ୍ତି ଭାରତୀୟ ଜାତୀୟ କଂଗ୍ରେସ ଦଳର ପ୍ରାଥମିକ ସଭ୍ୟ ପଦରୁ ସେ ତାଙ୍କ ନିଜ ଇଚ୍ଛାରେ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପତ୍ର ପ୍ରଦେଶ କଂଗ୍ରେସ ସଭାପତିଙ୍କ ନିକଟକୁ ମେଲ୍ ଯୋଗେ ପଠାଇ ଦେଇଛନ୍ତି। କଂଗ୍ରେସର ରାଜ୍ୟ ନେତୃତ୍ୱ ତାଙ୍କ ଉପରେ ଭରସା କରି ଢେଙ୍କାନାଳ ବିଧାନସଭା ଆସନ ପାଇଁ ୨୦୧୯ରେ ପ୍ରାର୍ଥୀ କରିଥିବାରୁ ସେ କୃତଜ୍ଞତା ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ ୨୦୦୯ରେ ନବୀନ ନନ୍ଦ ଏନ୍‌ସିପି ଟିକେଟ୍‌ରେ ଢେଙ୍କାନାଳ ବିଧାନସଭା ଆସନରୁ ବିଜୟୀ ହୋଇଥିଲେ। ପରବର୍ତ୍ତୀ ସମୟରେ ସେ ବିଜେଡିରେ ସାମିଲ ହୋଇଥିଲେ। ତେବେ କୋଲକାତାରେ ଏକ ସ୍ପାରୁ ଗିରଫ ହେବା ପରେ ୨୦୧୮ରେ ବିଜେଡିରୁ ତାଙ୍କୁ ନିଲମ୍ବନ କରାଯାଇଥିଲା। ୨୦୧୯ ନିର୍ବାଚନ ପୂର୍ବରୁ ସେ ବିଜେପିରେ ସାମିଲ ହେବାକୁ ଇଚ୍ଛୁକ ଥିଲେ ହେଁ ବିଜେପି ତାଙ୍କୁ ଢେଙ୍କାନାଳ ଆସନରୁ ପ୍ରାର୍ଥୀ କରିପାରିବନି କହିଥିଲା। ତେଣୁ ସେ କଂଗ୍ରେସରେ ସାମିଲ ହୋଇଥିଲେ ଓ ପ୍ରାର୍ଥୀ ହୋଇଥିଲେ ମଧ୍ୟ ନିର୍ବାଚନରେ ହାରି ଯାଇଥିଲେ।

Leave a Reply

Your email address will not be published.

Back to top button