ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବାକୁ କମଲନାଥଙ୍କୁ ରାଜ୍ୟପାଳଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ : ମଧ୍ୟପ୍ରଦେଶ ବିଧାନସଭାରେ ଆସନ୍ତାକାଲି ସୁଦ୍ଧା ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦିଅ। ସୋମବାର କଂଗ୍ରେସ ମୁଖ୍ୟମନ୍ତ୍ରୀ କମଲନାଥଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜୀ ଟଣ୍ଡନ।

ସୂଚନାଯୋଗ୍ୟ ଯେ, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କମଲନାଥଙ୍କ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଥିବା ୬ ଜଣ ମନ୍ତ୍ରୀଙ୍କର ଇସ୍ତଫା ଶନିବାର ଦିନ ଗୃହୀତ ହୋଇଥିଲା। ଏହାପରେ ରାଜ୍ୟପାଳ ବାଚସ୍ପତି ନର୍ମଦା ପ୍ରସାଦ ପ୍ରଜାପତିଙ୍କୁ ପତ୍ରଲେଖି ମାର୍ଚ୍ଚ ୧୬ ତାରିଖ ସୁଦ୍ଧା ବିଧାନସଭାରେ କମଲନାଥଙ୍କ ସରକାରର ସଂଖ୍ୟା ଗରିଷ୍ଠତାର ପରୀକ୍ଷା ନେବାକୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ କରୋନକୁ ଆଲକରି ବାଚସ୍ପତି ଗୃହକୁ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିବାରୁ ବିଜେପି ସୁପ୍ରିମକୋର୍ଟର ଦ୍ଵାରସ୍ଥ ହୋଇଛି।

ମତାମତ ଦିଅନ୍ତୁ ।