April 3, 2020

୧୪ ଏପ୍ରିଲ ରାତି ୧୨ଟା ପର୍ଯ୍ୟନ୍ତ ଯାତ୍ରୀବାହୀ ଟ୍ରେନ୍ ଚଳାଚଳ ବନ୍ଦ

ନୂଆଦିଲ୍ଲୀ : କରୋନା ସଂକ୍ରମଣ ରୋକିବା ନିମନ୍ତେ ଭାରତୀୟ ରେଳ ପକ୍ଷରୁ ସମସ୍ତ ଯାତ୍ରୀବାହୀ ଟ୍ରେନକୁ ଆସନ୍ତା ଏପ୍ରିଲ ୧୪ ତାରିଖ ରାତି ୧୨ଟା ପର୍ଯ୍ୟନ୍ତ ବାତିଲ କରାଯାଇଛି। ଏ ସମୟ ମଧ୍ୟରେ ସମସ୍ତ ମେଲ, ଏକ୍ସପ୍ରେସ ଟ୍ରେନ, ପ୍ରିମିୟମ ଟ୍ରେନ ଓ ପାସେଞ୍ଜର ଟ୍ରେନ ସମେତ କୋଲକାତା ମେଟ୍ରୋ ରେଳପଥର ଟ୍ରେନ ଓ ଉପନଗର ଅଂଚଳରେ ଚଳାଚଳ କରୁଥିବା ଟ୍ରେନ ସେବା ବନ୍ଦ ରହିବ। ଜରୁରୀ ସାମଗ୍ରୀ ଯୋଗାଣ ସୁନିଶ୍ଚିତ କରିବା ଲାଗି କେବଳ ମାଲବାହୀ ଟ୍ରେନ ଚଳାଚଳ ପୂର୍ବପରି ଜାରି ରହିବ। ଭାରତୀୟ ରେଲୱେ ବୋର୍ଡ ଏହି ନିଷ୍ପତ୍ତି ନେଇଛି। ପୂର୍ବରୁ ମାର୍ଚ୍ଚ ୩୧ ତାରିଖ ଯାଏଁ ଟ୍ରେନ୍ ଚଳାଚଳ ବନ୍ଦ ରଖିବାକୁ ରବିବାର ବୋର୍ଡର ଏକ ଜରୁରି ବୈଠକରେ ନିଷ୍ପତ୍ତି ହୋଇଥିଲା। ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତିନି ସପ୍ତାହ ଲାଗି ପୂରା ଦେଶରେ ଲକଡାଉନ୍ ଘୋଷଣା ପରେ ଭାରତୀୟ ରେଳ ପକ୍ଷରୁ ଏହି ପରିବର୍ତ୍ତନ କରାଯାଇଛି।

Leave a Reply

Your email address will not be published. Required fields are marked *