ବାତ୍ୟା ମୁକାବିଲା ପାଇଁ କେନ୍ଦ୍ର ସରକାର ସବୁପ୍ରକାର ସହାୟତା କରିବାକୁ ପ୍ରସ୍ତୁତ : ମୋଦୀ

ନୂଆଦିଲ୍ଲୀ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ମହାବାତ୍ୟା ଅମ୍ପାନ ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ମୁହାଁଉଛି। ଏହାର ମୁକାବିଲା ପାଇଁ ପ୍ରସ୍ତୁତିର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମୀକ୍ଷା କରିଛନ୍ତି। ବୈଠକରେ ଗୃହମନ୍ତ୍ରୀ ଅମିତ ଶାହା, କ୍ୟାବିନେଟ ସଚିବ ରାଜୀବ ଗଉବା, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପିକେ. ମିଶ୍ର ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ମୋଦୀ କହିଛନ୍ତି ସେ ସମସ୍ତଙ୍କ ନିରାପତ୍ତା କାମନା କରୁଛନ୍ତି। ଏହାର ମୁକାବିଲା ପାଇଁ କେନ୍ଦ୍ର ସରକାର ସବୁପ୍ରକାରର ସହାୟତା କରିବାକୁ ପ୍ରସ୍ତୁତ ବୋଲି କହିଛନ୍ତି ।

ମତାମତ ଦିଅନ୍ତୁ ।