ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ଆଉ ୫ ବର୍ଷ ବଢ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୫ ବର୍ଷ ବୃଦ୍ଧି କରିଛନ୍ତି।

ସୂଚନାଯୋଗ୍ୟ ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ବ୍ୟକ୍ତି ଅନ୍ତର୍ଭୁକ୍ତ ହୋଇଛନ୍ତି। ସେମାନେ ମାଗଣାରେ ମାସକୁ ୫ କେଜି ଲେଖାଏ ଚାଉଳ ପାଉଛନ୍ତି। ଯୋଜନାର ଅବଧି ଆଉ ୫ ବର୍ଷ ବଢ଼ିବା ଦ୍ୱାରା ଏହି ହିତାଧିକାରୀମାନେ ୨୦୨୪ ଜାନୁଆରୀ ୧ ଠାରୁ ୨୦୨୮ ଡିସେମ୍ବର ୩୧ ପର୍ଯ୍ୟନ୍ତ ଏହି ସୁବିଧା ପାଇବେ। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୨୫୦ କୋଟି ଟଙ୍କା ହିସାବରେ ୫ ବର୍ଷରେ ୧୨୫୦ କୋଟି ଟଙ୍କା ନିଜ ପାଣ୍ଠିରୁ ଖର୍ଚ୍ଚ କରିବେ। ରାଜ୍ୟର ଜଣେ ବି ଗରିବ ଲୋକ ଯେପରି ଖାଦ୍ୟସୁରକ୍ଷାରୁ ବଞ୍ଚିତ ନ ହୁଏ ସେଥିପ୍ରତି ଦୃଷ୍ଟି ରଖିବାକୁ ମୁଖ୍ୟମନ୍ତ୍ରୀ ଦୃଢ଼ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *

Back to top button