ନବୀନ ଦେଶର ଦ୍ୱିତୀୟ ସର୍ବାଧିକ ଅବଧିର ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗି ହୋଇଛନ୍ତି ଦେଶର ଦ୍ୱିତୀୟ ସର୍ବାଧିକ ଅବଧିର ମୁଖ୍ୟମନ୍ତ୍ରୀ। ତାଙ୍କ ରାଜନୈତିକ କ୍ୟାରିଅରରେ ଯୋଡ଼ିହୋଇଛି ଆଉ ଏକ ନୂଆ ରେକର୍ଡ।

ଖବର ଅନୁଯାୟୀ ୨୦୦୦ ମସିହା ମାର୍ଚ୍ଚ ୫ ତାରିଖରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଥମ ଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଦାୟିତ୍ଵ ଗ୍ରହଣ କରିଥିଲେ। ସେହିଦିନ ଠାରୁ ଲଗାତର ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ କାର୍ଯ୍ୟଭାର ସମ୍ଭାଳି ଆସୁଛନ୍ତି। ଜ୍ୟୋତି ବସୁ ପଶ୍ଚିମବଙ୍ଗରେ ସିପିଏମର ୩୪ ବର୍ଷ ସରକାରରେ ୨୩ ବର୍ଷ ୧୩୮ ଦିନ ମୁଖ୍ୟମନ୍ତ୍ରୀ ରହିଥିଲେ। କିନ୍ତୁ ନବୀନ ଜ୍ୟୋତି ବସୁଙ୍କୁ ପଛରେ ପକାଇ ଦ୍ୱିତୀୟ ସର୍ବାଧିକ ଅବଧିର ମୁଖ୍ୟମନ୍ତ୍ରୀ ହୋଇଛନ୍ତି।

ଦେଶରେ ଦୀର୍ଘ ସମୟ ଧରି ମୁଖ୍ୟମନ୍ତ୍ରୀ ପଦରେ ରହିବାରେ ପ୍ରଥମ ସ୍ଥାନରେ ରହିଛନ୍ତି ସିକ୍କିମର ପୂର୍ବତନ ମୁଖ୍ୟମନ୍ତ୍ରୀ ପୱନ କୁମାର ଚାମଲିଙ୍ଗ। ସେ ୧୯୯୪ ଡିସେମ୍ବର ୧୨ ରୁ ୨୦୧୯ ମେ ୨୭ ତାରିଖ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଥିଲେ।

ସୂଚନାଯୋଗ୍ୟ ୧୯୯୭ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆରମ୍ଭ କରିଥିଲେ ରାଜନୈତିକ କ୍ୟାରିଅର୍ । ମାର୍ଚ୍ଚ ୨୦୦୦ରେ ସେ ପ୍ରଥମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିଲେ। ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ସେ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି। ଓଡ଼ିଶାବାସୀଙ୍କ ଆସ୍ଥାବିଶ୍ୱାସର ଭାଜନ ହୋଇପାରିଛନ୍ତି। ଭାରତ ବର୍ଷର ଅତୀତର ସବୁ ରେକର୍ଡକୁ ନବୀନ ପଟ୍ଟନାୟକ ଆଗକୁ ଭଙ୍ଗ କରିବେ। ସର୍ବାଧିକ କାଳ ନବୀନ ଜନପ୍ରତିନିଧି ଭାବରେ ନିଜର ରେକର୍ଡକୁ କାଏମ କରିବେ।

Leave a Reply

Your email address will not be published. Required fields are marked *

Back to top button