ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଯୋରନ୍ଦା ପୀଠର ସାଧୁସନ୍ଥ ଓ ମହିମା ଧର୍ମାବଲମ୍ବୀ

ଭୁବନେଶ୍ୱର : ମହିମା ସାଧୁସନ୍ଥ ଓ ଧର୍ମାବଲମ୍ବୀମାନେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସ ଠାରେ ଭେଟିଛନ୍ତି। ଯୋରନ୍ଦା ପୀଠର ରୂପାନ୍ତର ପାଇଁ ନେଇଥିବା ପଦକ୍ଷେପ ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ଜଣାଇବା ସହ ଧନ୍ୟବାଦ ଜଣାଇଥିଲେ।

ସୂଚନାଯୋଗ୍ୟ ଗତ ମେ’ ୨୯ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ଯୋରନ୍ଦା ପୀଠ ପରିଦର୍ଶନ କରି ଏହାର ସମ୍ପୂର୍ଣ୍ଣ ରୂପାନ୍ତର ପାଇଁ ପ୍ରସ୍ତାବ ଦେବା ପାଇଁ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଥିଲେ। ଜିଲ୍ଲାପାଳଙ୍କ ପ୍ରସ୍ତାବଭିତ୍ତିରେ ମୁଖ୍ୟମନ୍ତ୍ରୀ ଜୁନ୍ ୧୫ ତାରିଖ ଦିନ ଏଥିପାଇଁ ୧୧୨ କୋଟି ଟଙ୍କା ମଞ୍ଜୁର କରିଥିଲେ।

Leave a Reply

Your email address will not be published. Required fields are marked *

Back to top button