Sat. Dec 14th, 2019

ଦୁଷ୍କର୍ମ ଅଭିଯୋଗରେ ୨ ଅଭିଯୁକ୍ତ ଗିରଫ

ଭୁବନେଶ୍ଵର : ଗଞ୍ଜାମ ଜିଲ୍ଲାର ପାଟପୁର ଥାନା ଅଞ୍ଚଳରେ ଦୁଇ ନାବାଳିକାଙ୍କ ସହ ଦୁଷ୍କର୍ମ କରିଥିବା ଅଭିଯୋଗରେ ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଖବର ଅନୁଯାୟୀ ଘଟଣାଟି ପାଟପୁର ଥାନା ଅଂଚଳରେ ଗତକାଲି ବିଳମ୍ବିତ ରାତ୍ରରେ ଘଟିଛି। ଘରେ କେହି ନଥିବାର ସୁଯୋଗ ନେଇ ୨ଜଣ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ପାଟପୁର ପୋଲିସ ଆଜି ସକାଳେ ୨ଜଣ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା ଆରମ୍ଭ କରିବା ପରେ ଗିରଫ କରିଥିବା ଜଣାଯାଇଛି।

Leave a Reply

Your email address will not be published. Required fields are marked *