ନୀତୀଶ କୁମାରଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ‘ଜେଡି(ୟୁ)’ର ଅଧ୍ୟକ୍ଷ ନୀତୀଶ କୁମାରଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ମୁଖ୍ୟମତ୍ରୀ ଲେଖିଛନ୍ତି କ୍ରମାଗତ ଚତୁର୍ଥ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଅଭିନନ୍ଦନ ନୀତୀଶ କୁମାର ଜୀ। ଆପଣଙ୍କର ଓ ନୂତନ ସରକାରର ମଙ୍ଗଳ କାମନା କରୁଛି।

ମତାମତ ଦିଅନ୍ତୁ ।