ଓଡିଆ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ : ମହା ବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବ ବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି। ନରେନ୍ଦ୍ର ମୋଦି ଟ୍ୱିଟରେ ଲେଖିଛନ୍ତି ଓଡ଼ିଆ ନବବର୍ଷ ଓ ମହାବିଷୁବ ଓ ପଣା ସଂକ୍ରାନ୍ତି ଅବସରରେ ଓଡ଼ିଶାର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭକାମନା। ନୂଆ ବର୍ଷରେ ଆପଣମାନଙ୍କର ମନସ୍କାମନା ପୂର୍ଣ୍ଣ ହେଉ ଏହା ହିଁ ମୋର ପ୍ରାର୍ଥନା। ସମସ୍ତଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ସୁଖ ସମୃଦ୍ଧି କାମନା କରୁଛି।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଲେଖିଛନ୍ତି ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଏ କଠିନ ସମୟ ଶୀଘ୍ର ଦୂର ହେବା ସହ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ।

Leave a Reply

Your email address will not be published. Required fields are marked *

Back to top button