ଲଘୁଚାପ ବାତ୍ୟାର ରୂପ ନେବ : ଓଡ଼ିଶାରେ ବର୍ଷିବ

ଭୁବନେଶ୍ଵର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଥିବା ଲଘୁଚାପ ୨୪ ତାରିଖ ବେଳକୁ ବାତ୍ୟାର ରୂପ ନେବ। ସମୁଦ୍ର ମଧ୍ୟରେ ପବନର ବେଗ ରହିବ ଘଣ୍ଟାପ୍ରତି ୮୦ କିମି। ୨୫ କିମ୍ବା ୨୬ ତାରିଖ ସକାଳେ ଏହା ବାଂଲାଦେଶ ନିକଟରେ ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ପୂର୍ବନୁମାନ କରିଛି।

ଖବର ଅନୁଯାୟୀ ପାଣିପାଗ ବିଭାଗ ଆକଳନ କରିଛି ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶା ଓ ପଶ୍ଚିମବଙ୍ଗରେ ୨୩ରୁ ୨୫ ତାରିଖ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି। ସୋମବାର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲା ଏବଂ ୨୪ ଓ ୨୫ ତାରିଖରେ ଉତ୍ତର ଓଡ଼ିଶା ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନ, କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣ ବର୍ଷା ହୋଇପାରେ। ସେହିପରି ୨୪ ତାରିଖ ଦିନ ଓଡ଼ିଶା ନିକଟ ଉତ୍ତର ବଙ୍ଗୋପସାଗର ଓ ସନ୍ନିକଟ ପଶ୍ଚିମବଙ୍ଗରେ ଘଣ୍ଟାପ୍ରତି ୪୫ରୁ ୫୫ କିମି ବେଗରେ ପବନ ବହିବ। ବେଳେ ବେଳେ ଏହା ଘଣ୍ଟା ପ୍ରତି ୬୫ କିମି ହୋଇପାରେ। ୨୫ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ। ସେଥିପାଇଁ ମତ୍ସ୍ୟଜୀବୀମାନେ ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *

Back to top button