୭ରୁ ଥଣ୍ଡା ଫେରିବ

ଭୁବନେଶ୍ଵର : ପଶ୍ଚିମା ଝଡ଼ ଓ ପୂର୍ବାଳୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଗ ମେଘୁଆ ରହିବା ସହିତ କିଛି ସ୍ଥାନରେ ବର୍ଷା ହୋଇପାରେ। କିନ୍ତୁ ୭ ତାରିଖରୁ ପାଗରେ ପରିବର୍ତ୍ତନ ସହିତ ଥଣ୍ଡା ଫେରିବ ବୋଲି ପାଣିପାଗ ବିଭାଗ କହିଛି।

ଖବର ଅନୁଯାୟୀ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବନୁମାନ କରିଛି ଶନିବାର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ସେହିପରି ୫ ତାରିଖରେ ଦକ୍ଷିଣ ଉପକୂଳ ଓଡ଼ିଶା ସମେତ କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ହାଲୁକା ବର୍ଷା ହୋଇପା‌ରେ। ୬ ତାରିଖ ଯାଏ ଏଭଳି ବର୍ଷା ଜାରି ରହିବ। ୭ ତାରିଖରୁ ଥଣ୍ଡା ଫେରିବ ବୋଲି କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button