୨୭ରେ ରାଷ୍ଟ୍ରପତି ଓଡ଼ିଶା ଆସିବେ

ଭୁବନେଶ୍ଵର : ଚଳିତମାସ ୨୭ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଗସ୍ତ ସମୟରେ ପାରାଦୀପ ବନ୍ଦର ପକ୍ଷରୁ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବରେ ରାଷ୍ଟ୍ରପତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଉକ୍ତଦିନ ପୂର୍ବାହ୍ନ ୧୦ଟାରୁ ୧୨ଟା ୩୦ ମଧ୍ୟରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ସ୍ପଷ୍ଟ କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button