ମଙ୍ଗଳବାର ଲଘୁଚାପ : ପ୍ରବଳ ବର୍ଷିବ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଖବର ଅନୁଯାୟୀ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବନୁମାନ ରବିବାର ସୃଷ୍ଟ ଘୂର୍ଣ୍ଣବଳୟ ବର୍ତ୍ତମାନ ଦକ୍ଷିଣ ଆଣ୍ଡାମାନ ସାଗରରେ ରହିଛି। ଏହା ବାୟୁମଣ୍ଡଳ ମଧ୍ୟଭାଗ ଯାଏଁ ବ୍ୟାପିଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରିବ। ଏହାର ପ୍ରଭାବରେ ୧୫ ତାରିଖରେ ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ସେହିପରି ୧୬ ତାରିଖରେ ଗଞ୍ଜାମ, ଜଗତସିଂହପୁର, ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଭଦ୍ରକରେ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏହାର ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ମଧ୍ୟ ବର୍ଷା ହୋଇପାରେ ବୋଲି କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button