ଓଡ଼ିଶାରେ ବାତ୍ୟା ପ୍ରଭାବ ପଡିବନି : ଦୁଇଟି ଜିଲ୍ଲାରେ ଅତିପ୍ରବଳ ବର୍ଷିବ

ଭୁବନେଶ୍ଵର : ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଆସନ୍ତାକାଲି ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ୧୮ ତାରିଖ ସକାଳ ସୁଦ୍ଧା ବାତ୍ୟା ବାଂଲାଦେଶ ଉପକୂଳ ଅତିକ୍ରମ କରିବ। କିନ୍ତୁ ଓଡ଼ିଶା ଉପରେ ଏହାର ପ୍ରଭାବ ପଡିବ ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।

ଖବର ଅନୁଯାୟୀ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଗଭୀର ଅବପାତ ଉତ୍ତର-ଉତ୍ତରପୂର୍ବ ଦିଗ ଆଡକୁ ମୁହାଁଇ ଥିବାରୁ ଓଡ଼ିଶାରେ ହାଲୁକାରୁ ମଧ୍ୟମ ବର୍ଷା ହେବ। ତେବେ ଗୁରୁବାର କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏ ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟ ଜିଲ୍ଲାମାନଙ୍କରେ ହାଲୁକାର ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ପୂର୍ବନୁମାନ କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button