ଅଣଅନୁସୂଚିତଙ୍କୁ ଜମି ହସ୍ତାନ୍ତର ନିଷ୍ପତ୍ତି ସ୍ଥଗିତ

ଭୁବନେଶ୍ଵର : ଅଣଅନୁସୂଚିତଙ୍କୁ ଜମି ହସ୍ତାନ୍ତର ନିଷ୍ପତ୍ତି ସ୍ଥଗିତ। ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି ‘ଏକ୍ସ’ ଜରିଆରେ ଏନେଇ ସୂଚନା ଦେଇଛନ୍ତି।

ଖବର ଅନୁଯାୟୀ ରାଜ୍ୟ ସରକାର କ୍ୟାବିନେଟରେ ଏ ସମ୍ପର୍କରେ ନିଷ୍ପତ୍ତି ନେଇଥିଲେ ହେଁ ସ୍ଥଗିତ ରଖାଯାଇଛି। କିନ୍ତୁ ବିରୋଧୀ ଦଳ ଓ କେତେକ ସଂଗଠନ ବିରୋଧ କରିବା ସହିତ ଏହାକୁ ସ୍ଥଗିତ ନ ରଖି ପ୍ରତ୍ୟାହାର କରିବାକୁ ଦାବି କରିଛନ୍ତି। ସୂଚନାଯୋଗ୍ୟ ଗତ ୧୪ ତାରିଖରେ ଅନୁସୂଚିତ ଜନଜାତିର ବ୍ୟକ୍ତିଙ୍କ ଜମି ହସ୍ତାନ୍ତର, ବନ୍ଧକ ଓ ଉପହାର ନେଇ ରାଜ୍ୟ କ୍ୟାବିନେଟ୍ ନିଷ୍ପତ୍ତି ନେଇଥିଲା। ଏ ସଂକ୍ରାନ୍ତରେ ଦୀର୍ଘଦିନ ଧରି ସେମାନଙ୍କର ରହିଆସିଥିବା ଦାବିକୁ ସରକାର ପୂରଣ କରିଥିଲେ। ଅନୁସୂଚିତ ଜନଜାତି ବର୍ଗର ଜମି ହସ୍ତାନ୍ତର ସରଳ ହେବା ପ୍ରକ୍ରିୟା ଉପରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି ପ୍ରତିକ୍ରିୟା ରଖିଥିଲେ। ରାଜସ୍ୱ ମନ୍ତ୍ରୀ କହିଥିଲେ ଆଦିବାସୀ ଭାଇମାନେ ପୂର୍ବରୁ ଅସୁବିଧା ସମୟରେ ଜମିକୁ ନିଜ କାମରେ ଲଗେଇ ପାରୁନଥିଲେ। ଏବେ ନିୟମରେ ପରିବର୍ତ୍ତନ କରାଯାଇଥିବାରୁ ସେମାନେ ଉପକୃତ ହେବେ।

Leave a Reply

Your email address will not be published. Required fields are marked *

Back to top button