ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ଵର : ସୁନ୍ଦରଗଡ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଥିବା ବେଳେ ୩୮୬.୨୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ପ୍ରକଳ୍ପ ଦୁଇଟି ହେଲା ଇବ୍‌ ନଦୀରେ ଭଷ୍ମା ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଓ ସପେଇ ନଦୀରେ ଫୁଲବାରୀ ନଦୀଗର୍ଭ ଜଳାଶୟ ପ୍ରକଳ୍ପ। ଭଷ୍ମା ପ୍ରକଳ୍ପ ୨୬୨.୫୦ କୋଟି ଓ ଫୁଲବାରୀ ପ୍ରକଳ୍ପ ପାଇଁ ୧୨୩.୭୫ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି।

ସୂଚନାଯୋଗ୍ୟ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ସୁନ୍ଦରଗଡ଼ ଜିଲ୍ଲା ଗସ୍ତକରି ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହାଦ୍ଵାରା ପାଞ୍ଚଟି ବ୍ଲକ୍‌ର ଲୋକ ଉପକୃତ ହେବେ। ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ବିଶେଷ ସହାୟକ ହେବ। ଭଷ୍ମା ପ୍ରକଳ୍ପରେ ଟାଙ୍ଗରାପଲି, ସୁନ୍ଦରଗଡ ଓ ଝାରସୁଗୁଡା ବ୍ଲକ୍‌ର ଓ ଫୁଲବାରୀ ପ୍ରକଳ୍ପ ଦ୍ଵାରା ବଡଗାଁ ଓ ବାମରା ବ୍ଲକ୍‌ର ଜନସାଧାରଣ ଉପକୃତ ହେବା

Leave a Reply

Your email address will not be published. Required fields are marked *

Back to top button