ବୈଦେଶ୍ୱର ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଜିଲ୍ଲାର ମହାନଦୀରେ ବୈଦେଶ୍ଵର ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ ସହିତ ଏଥିପାଇଁ ୩୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ଖବର ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କଟକ ଜିଲ୍ଲା ଗସ୍ତକରି ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହାଦ୍ଵାରା ତିନୋଟି ବ୍ଲକ୍‌ର ଲୋକ ଉପକୃତ ହେବେ। ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ବିଶେଷ ସହାୟକ ହେବ। ବୈଦେଶ୍ଵର ପ୍ରକଳ୍ପ ଦ୍ଵାରା ବଡମ୍ବା, ବାଙ୍କୀ ଓ ଭାପୁର ବ୍ଲକ୍‌ର ଜନସାଧାରଣ ଉପକୃତ ହେବେ।

Leave a Reply

Your email address will not be published. Required fields are marked *

Back to top button