ଘଟଗାଁ ଦୁର୍ଘଟଣା : ୩ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଟଗାଁ ଦୁର୍ଘଟଣାରେ ୮ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି। ଏହାଛଡ଼ା ମୁଖ୍ୟମନ୍ତ୍ରୀ ମୃତକଙ୍କ ନିକଟ ସଂପର୍କୀୟଙ୍କୁ ୩ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ସେହିପରି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Leave a Reply

Your email address will not be published. Required fields are marked *

Back to top button