ସ୍ୱାସ୍ଥ୍ୟସେବା ସହ ଜଡ଼ିତ କର୍ମଚାରୀଙ୍କ ପାଇଁ ଲାଗୁହେଲା ଏସ୍‌ମା

ଭୁବନେଶ୍ଵର : ରାଜ୍ୟ ସରକାର ସ୍ଵାସ୍ଥ୍ୟସେବା କ୍ଷେତ୍ରରେ ଆଜି ଏସେନସିଆଲ୍ ସର୍ଭିସେସ୍ ମେଣ୍ଟେନାନ୍ସ ଆକ୍ଟ (ଏସ୍‌ମା) ଲାଗୁ କରିଛନ୍ତି। ଗୃହ ବିଭାଗ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଥିବା ବେଳେ ଜନସାଧାରଣଙ୍କ ଜରୁରୀ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଆଯାଇଛି ନିଷ୍ପତ୍ତି। ଯାହା ସରକାରୀ ଅନୁଦାନପ୍ରାପ୍ତ ସ୍ଵାସ୍ଥ୍ୟ ପ୍ରତିଷ୍ଠାନ ପାଇଁ ମଧ୍ୟ ଲାଗୁ ହେବ।

ଖବର ଅନୁଯାୟୀ ବୁଧବାର ଠାରୁ ୬ ମାସ ପର୍ଯ୍ୟନ୍ତ ଏସ୍‌ମା ଲାଗୁ ହେବାପରେ ସରକାରୀ ସ୍ଵାସ୍ଥ୍ୟସେବାରେ ନିୟୋଜିତ କୌଣସି ସରକାରୀ କର୍ମଚାରୀ ଆନ୍ଦୋଳନ କିମ୍ବା ଧର୍ମଘଟ କରିପାରିବେ ନାହିଁ। ନର୍ସ, ପାରାମେଡିକାଲ କର୍ମଚାରୀ ଓ ଟେକ୍ନିସିଆନଙ୍କ ପାଇଁ ଏହି ଆଇନ କଡାକଡି ପାଳନ କରାଯିବ। ସେହିପରି ରାଜ୍ୟ ସରକାରଙ୍କ ୩ୟ ଓ ୪ର୍ଥ ଶ୍ରେଣୀ କର୍ମଚାରୀଙ୍କ ସହ ଚୁକ୍ତିଭିତ୍ତିକଙ୍କ ପାଇଁ ମଧ୍ୟ ଏସ୍‌ମା ଲାଗୁ ହୋଇଛି।

Leave a Reply

Your email address will not be published. Required fields are marked *

Back to top button