ରାଜ୍ୟରେ ଶୀତ କମିବ ଓ କୁହୁଡ଼ି ବଢ଼ିବ

ଭୁବନେଶ୍ଵର : ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଥିବା ବେଳେ ଶୁକ୍ରବାର ପରଠାରୁ କମିବ। କିନ୍ତୁ କୁହୁଡ଼ି ବଢିବ। ପାଣିପାଗ କେନ୍ଦ୍ର ଏହି ସୂଚନା ଦେଇଛନ୍ତି।

ଖବର ଅନୁଯାୟୀ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଶୀତର ପ୍ରକୋପ ଆସନ୍ତାକାଲି ଯାଏଁ ରହିବ। ୨୩ ତାରିଖ ସକାଳେ ପ୍ରବଳ କୁହୁଡ଼ି ଦେଖାଯିବାର ସମ୍ଭାବନା ରହିଛି। ବାୟୁମଣ୍ଡଳରେ ଏକ ଗୁରୁଚାପ ବଳୟ ସୃଷ୍ଟି ହେବାକୁ ଥିବାରୁ ୨୩ ଓ ୨୪ ତାରିଖରେ ଉପକୂଳ ସମେତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ କୁହୁଡ଼ିର ମାତ୍ରା ଅଧିକ ରହିବ। ୨୩ ତାରିଖରେ ୧୦ ଜିଲ୍ଲା ଓ ୨୪ ତାରିଖରେ ୧୮ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଦୃଶ୍ୟମାନ ଦୂରତା ୨୦୦ ମିଟରରୁ କମ୍‌ ରହିବା ନେଇ ଚେତାବନୀ ଦିଆଯାଇଛି।

ସେହିପରି ଗତ ୨୪ ଘଣ୍ଟାରେ କନ୍ଧମାଳ ଜିଲ୍ଲାର ପାହାଡିଆ ଅଞ୍ଚଳ ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ପ୍ରାୟ ୧୬ଟି ସ୍ଥାନର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଭୁବନେଶ୍ୱର ଓ କଟକରେ ଚଳିତବର୍ଷର ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ଛୁଇଁଛି।

Leave a Reply

Your email address will not be published. Required fields are marked *

Back to top button