ଜଷ୍ଟିସ ଚକ୍ରଧାରୀ ଶରନ ସିଂ ହାଇକୋର୍ଟର ମୁଖ୍ୟ ବିଚାରପତି

ଭୁବନେଶ୍ଵର : ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଚକ୍ରଧାରୀ ଶରନ ସିଂ। ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ ସଞ୍ଜୟ କିଶାନ କୌଶଲ ଓ ଜଷ୍ଟିସ ସଞ୍ଜିବ ଖାନ୍ନାଙ୍କୁ ନେଇ ଗଠିତ କଲେଜିୟମ ପାଟନା ହାଇକୋର୍ଟର ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରନ ସିଂଙ୍କୁ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବା ପାଇଁ ସୁପାରିଶ କରିଛନ୍ତି।

ଖବର ଅନୁଯାୟୀ ଜଷ୍ଟିସ ଜଷ୍ଟିସ ଶରନ ସିଂ ୧୯୬୩ ଜାନୁୟାରୀ ୨୦ତାରିଖରେ ଜନ୍ମଗ୍ରହଣ କରିଥିଲେ। ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ ୧୯୯୦ ଜାନୁୟାରୀ ମାସରେ ପାଟନା ହାଇକୋର୍ଟରେ ଆରମ୍ଭ କରିଥିଲେ ଓକିଲାତି। ସେ ୨୨ବର୍ଷ ଧରି ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ କାର୍ଯ୍ୟ କରିଥିବା ବେଳେ ୨୦୧୨ ଏପ୍ରିଲ ୫ତାରିଖରେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ଚଳିତବର୍ଷ ଫେବୃୟାରୀ ମାସରେ ପ୍ରାୟ ଦେଢ଼ମାସ ପାଇଁ ସେ ପାଟନା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଇଥିଲେ। ୨୦୨୫ ଜାନୁୟାରୀ ମାସରେ ଜଷ୍ଟିସ ଶରନ ସିଂ ଅବସର ନେବେ।

Leave a Reply

Your email address will not be published. Required fields are marked *

Back to top button