କର୍ମଜୀବୀ ସାମ୍ବାଦିକ ସ୍ଵାସ୍ଥ୍ୟ ବୀମା ନୂତନ ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ଵର : ସାମ୍ବାଦିକ ସ୍ଵାସ୍ଥ୍ୟ ବୀମା ନୂତନ ପୋର୍ଟାଲକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି। ସାମ୍ବାଦିକମାନଙ୍କୁ ଏଣିକି ସ୍ଵାସ୍ଥ୍ୟ ବୀମା ହେଉ କି ଅନ୍ୟାନ୍ୟ ସହାୟତା ପାଇଁ ଆଉ ଜିଲ୍ଲା କିମ୍ବା ରାଜ୍ୟ ମୁଖ୍ୟାଳୟକୁ ଆସିବାକୁ ପଡ଼ିବନାହିଁ।

ଭିସି ଜରିଆରେ ପୋର୍ଟାଲର ଲୋକାର୍ପଣ କରି ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ। ୫ଟି ନୀତି ଉପରେ ଗୁରୁତ୍ୱ ଦେଇ ପୋର୍ଟାଲ ପ୍ରସ୍ତୁତ ହୋଇଛି। ଏହାଦ୍ଵାରା ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରେ କାମ କରୁଥିବା ଓଡ଼ିଆ ସାମ୍ବାଦିକମାନେ ଅନଲାଇନରେ ବୀମା ଓ ଅନ୍ୟ ସୁବିଧା ପାଇପାରିବେ। ଆଜିର ଏହି ଲୋକାର୍ପଣ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ବିଭାଗୀୟ ସଚିବ ସଞ୍ଜୟ କୁମାର ସିଂହ ଓ ଉତ୍କଳ ପ୍ରସଙ୍ଗ ତଥା ଓଡ଼ିଶା ରିଭ୍ୟୁର ସଂପାଦିକା କସ୍ତୁରୀ ମହାପାତ୍ର ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ କେତେକ ସାମ୍ବାଦିକ ମଧ୍ୟ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *

Back to top button