ଓଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ରାଜ୍ୟ ସରକାର ଓଏଏସ ସଫିସର ସ୍ତରରେ ଏକ ଅଦଳବଦଳ କରିଛନ୍ତି। ୩୧ଜଣ ବିଡିଓଙ୍କ ସମେତ ମୋଟ ୪୫ଜଣଙ୍କର ହୋଇଛି ବଦଳି। ଏନେଇ ପଂଚାୟତିରାଜ ଓ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଦୁଇଟି ବିଜ୍ଞପ୍ତି ପ୍ରକାଶ ପାଇଛି।

ଖବର ଅନୁଯାୟୀ ପଂଚାୟତିରାଜ ବିଭାଗ ବିଜ୍ଞପ୍ତିରେ ୩୧ଟି ବ୍ଲକରେ ନୂଆ ବିଡିଓଙ୍କୁ ଅବସ୍ଥାପିତ କରାଯାଇଥିବା ବେଳେ ୭ଜଣ ଓଏଏସଙ୍କୁ ତହସିଲଦାର ଓ ଡେପୁଟି କଲେକ୍ଟର ଭାବେ ବଦଳି କରାଯାଇଛି। ସେହିପରି ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ଅନୁଯାୟୀ ନୂଆଦିଲ୍ଲୀରେ ଯୁଗ୍ମ ଆବାସିକ କମିଶନର ପ୍ରେମଜିତ୍ ନାୟକଙ୍କର ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି। ହେମନ୍ତ କୁମାର ସିଂଙ୍କୁ ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ, ପୁଣ୍ୟରଞ୍ଜନ ପୃଷ୍ଟିଙ୍କୁ ଗଞ୍ଜାମ ଅତିରିକ୍ତ ଜିଲ୍ଲାପାଳ, ଶ୍ରୀରାମ କ୍ରିଷ୍ଣାଙ୍କୁ ନୂଆଦିଲ୍ଲୀସ୍ଥିତ ଯୁଗ୍ମ ଆବାସିକ କମିଶନର, ନୀଳମାଧବ ଭୋଇଙ୍କୁ ଛତ୍ରପୁର ଉପଜିଲ୍ଲାପାଳ, ସରୋଜ କୁମାର ଦାଶଙ୍କୁ ରାଇରଙ୍ଗପୁର ଉପଜିଲ୍ଲାପାଳ ଓ ଦେବଦତ୍ତ ମହାନ୍ତିଙ୍କୁ କରଞ୍ଜିଆ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ଭାବେ ବଦଳି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button