ଏନଡ଼ିଏର ମୁକାବିଲା ପାଇଁ ବିରୋଧୀ ମେଣ୍ଟର ନାଁ ରହିବ ପିଡ଼ିଏ

ନୂଆଦିଲ୍ଲୀ : ୨୦୨୪ ଲୋକସଭା ନିର୍ବାଚନରେ ବିଜେପି ବିରୋଧରେ ଲଢିବେ ବିରୋଧୀ। ସେଥିପାଇଁ ବିହାରର ପାଟନାରେ ଏକଜୁଟ ହୋଇଥିଲେ ୩୦ରୁ ଅଧିକ ବିରୋଧୀଦଳ। ତେବେ ଏହି ବିରୋଧୀ ମିଳିତ ମଞ୍ଚର ନାମ ପେଟରିଆଟିକ ଡେମୋକ୍ରାଟିକ୍ ଆଲାଇନ୍ସ ବା ପିଡ଼ିଏ ରଖାଯିବ ଜଣାପଡିଛି। କିନ୍ତୁ ବିଦ୍ଧିବଦ୍ଧ ଘୋଷଣା ହୋଇନାହିଁ।

ଖବର ଅନୁଯାୟୀ ବିରୋଧୀ ଦଳର ପରବର୍ତ୍ତୀ ବୈଠକ ଜୁଲାଇ ୧୨ରୁ ୧୪ ପର୍ଯ୍ୟନ୍ତ ଶିମଲାରେ ଅନୁଷ୍ଠିତ ହେବ। ଏଥିରେ ନିଆଯିବ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି। ନୂତନ ନାମ ସହ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ସଂଯୋଜକ ଭାବରେ ଘୋଷଣା କରାଯିବ ବୋଲି ସୂଚନା ରହିଛି।

ସୂଚନାଯୋଗ୍ୟ ପାଟନା ବୈଠକ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଓ ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବଙ୍କ ଦ୍ୱାରା ଆୟୋଜିତ ହୋଇଥିଲା। ବୈଠକରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ, ପୂର୍ବତନ ସାଂସଦ ରାହୁଲ ଗାନ୍ଧୀ, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ, ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ, ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ, ଏନସିପି ଅଧ୍ୟକ୍ଷ ଶରଦ ପାୱାର, ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ, ନ୍ୟାସନାଲ କନ୍ଫରେନ୍ସ ନେତା ଓମାର ଅବଦୁଲ୍ଲା, ପିପୁଲ୍ସ ଡେମୋକ୍ରାଟିକ୍ ପାର୍ଟି ନେତ୍ରୀ ମେହବୁବା ମୁଫତି, କମ୍ୟୁନିଷ୍ଟ ପାର୍ଟି ଅଫ୍ ଇଣ୍ଡିଆ-ମାର୍କ୍ସବାଦୀ (ସିପିଆଇ-ଏମ) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ ବୈଠକରେ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *

Back to top button