ପାଞ୍ଚଦିନ ପ୍ରବଳ ବର୍ଷିବ

ଭୁବନେଶ୍ଵର : ରାଜ୍ୟର ଗଞ୍ଜାମ, ପୁରୀ, କନ୍ଧମାଳ ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ସମ୍ଭାବନା ଥିବାରୁ ଭୂଆନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କୋରାପୁଟ, ରାୟଗଡା, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କଟକ, କେନ୍ଦ୍ରାପଡା, ସମ୍ବଲପୁର, କାଲାହାଣ୍ଡି ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାକୁ ୟେ‌ଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହାବ୍ୟତୀତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଲାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ଆନୁଗୁଳ, ଢ଼େଙ୍କାନାଳ, ସମ୍ବଲପୁର, କଟକ, ଖୋର୍ଦ୍ଧା, ଯାଜପୁର, ଭଦ୍ରକ, ବାଲେଶ୍ଵର, କେନ୍ଦୁଝର ଓ ମୟୂରଭଞ୍ଜର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସମ୍ଭାବନା ରହିଛି। ଅକ୍ଟୋବର ୧ରୁ ୨ ତାରିଖ ମଧ୍ୟରେ ଜଗତ୍ସିଂହପୁର, କଟକ, ପୁରୀ, କେନ୍ଦ୍ରାପଡା ଓ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ଗଞ୍ଜାମ, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କନ୍ଧମାଳ, ନୟାଗଡ଼, ବୌଦ୍ଧ ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ମତାମତ ଦିଅନ୍ତୁ ।