ପାରିତ ହେଲା ମ୍ୟୁନିସପାଲ ଆଇନ ସଂଶୋଧନ ବିଲ୍

ଭୁବନେଶ୍ୱର : ବିଧାନସଭାରେ ପାରିତ ହେଲା ମ୍ୟୁନିସପାଲ ଆଇନ ସଂଶୋଧନ ବିଲ୍। ଏଣିକି ଏସି /ଏସଟି ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ମଧ୍ୟରେ ରହିବ। ପଛୁଆ ବର୍ଗଙ୍କ ପାଇଁ ରହିବ ୨୭ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା। ପ୍ରଥମେ ଏସି /ଏସଟିଙ୍କୁ ସଂରକ୍ଷଣ ଦେବା ପରେ ପଛୁଆ ବର୍ଗଙ୍କୁ ଦିଆଯିବ।

ସୂଚନାଯୋଗ୍ୟ ରାଜ୍ୟର ବିଭିନ୍ନ ପୌରାଞ୍ଚଳର ନିର୍ବାଚନ ବିଳମ୍ବ ପ୍ରସଂଗକୁ ନେଇ ଦାୟର ହୋଇଥିବା ତିନୋଟି ମାମଲାର ଗତ ଅଗଷ୍ଟ ୨୫ ତାରିଖରେ ହାଇକୋର୍ଟରେ ଶୁଣାଣି ହୋଇଥିଲା। କୋର୍ଟ ରାଜ୍ୟ ନିର୍ବାଚନ କମିସନ ଓ ରାଜ୍ୟ ସରକାରଙ୍କ ନିକଟରୁ ଜବାବ ତଲବ କରିଥିଲେ। ପୂର୍ବତନ ମନ୍ତ୍ରୀ ସମୀର ଦେ, ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ ଓ ପୂର୍ବତନ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରସନ୍ନ କୁମାର ମିଶ୍ରଙ୍କ ଆବେଦନକୁ ବିଚାର ପାଇଁ ଗ୍ରହଣ କରି ହାଇକୋର୍ଟ ପ୍ରତିପକ୍ଷଙ୍କୁ ନୋଟିସ ଜାରି କରି ୪ସପ୍ତାହ ଭିତରେ ଜବାବ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ।

କଟକ, ପୁରୀ ଓ ଭୁବନେଶ୍ୱରରେ ପୌରାଞ୍ଚଳ ନିର୍ବାଚନ ପାଇଁ ତୁରନ୍ତ ବିଜ୍ଞପ୍ତି ପ୍ରକାଶ ପାଇଁ ନିର୍ଦ୍ଦେଶ ପ୍ରଦାନ କରାଯାଉ ବୋଲି ଆବେଦନରେ ଦର୍ଶାଯାଇଥିଲା। ପୌରାଞ୍ଚଳ ନିର୍ବଚନର କାର୍ଯ୍ୟକାଳ ୨୦୧୯ରୁ ଶେଷ ହୋଇଛି। ଜନପ୍ରତିନିଧିତ୍ୱ ଅନୁସାରେ ଯେଉଁ ସଂସ୍ଥା ପରିଚାଳିତ ହେବା କଥା ତାକୁ ଏବେ ସରକାରୀ ଅଧିକାରୀମାନ ଚଳାଉଛନ୍ତି। ପୌର ପରିଷଦର ନିର୍ବାଚିତ ସଦସ୍ୟଙ୍କ ୫ ବର୍ଷିଆ କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ନିର୍ବାଚନ ହେବା କଥା। କିନ୍ତୁ ଇତି ମଧ୍ୟରେ ତିନି ବର୍ଷ ବିତିବାକୁ ବସିଥିବା ବେଳେ ପୌର ନିର୍ବାଚନ କରାଯାଉ ନାହିଁ। ରାଜ୍ୟ ସରକାରଙ୍କ ଚାପରେ ରାଜ୍ୟ ନିର୍ବାଚନ କମିସନ୍ ପୌର ନିର୍ବାଚନ କରିବା ପାଇଁ ପଦକ୍ଷେପ ଗ୍ରହଣ କରୁ ନାହାନ୍ତି ବୋଲି ଆବେଦନକାରୀ ଦର୍ଶାଯାଇଥିଲା।

Leave a Reply

Your email address will not be published. Required fields are marked *

Back to top button