ପଟାଙ୍ଗି ମାଟି ଅତଡା ଧସିବା ଘଟଣା : ମୃତକଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : କୋରାପୁଟ ଜିଲ୍ଲା ପଟାଙ୍ଗୀ ଅନ୍ତର୍ଗତ ପୋଡାଗୁଡା ଗାଁରେ ମାଟି ଅତଡା ଧସି ୩ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକଟ କରିଛନ୍ତି। ଏଥିସହ ମୃତକଙ୍କ ପରିବାର ପିଛା ୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ ପୋଡାଗୁଡାରେ ଶୁକ୍ରବାର ଅଭାବନୀୟ ଘଟଣା ଘଟିଛି। ଚୂନମାଟି ଆଣିବାକୁ ଯାଇଥିବା ବେଳେ ଅତଡା ଖସିବାରୁ ୩ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ଗୁରୁତର ମହିଳାଙ୍କୁ ତୁରନ୍ତ ପଟାଙ୍ଗୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button