ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ: ଆହତଙ୍କୁ ମାଗଣାରେ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ଵର : ରାଜଧାନୀ ଭୁବନେଶ୍ଵର ରାଜଭବନ ଛକ ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ ଯୋଗୁଁ ୫ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଦୁଇ ଗୁରୁତରଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାରେ ଆହତଙ୍କୁ ମାଗଣାରେ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ପେଟ୍ରୋଲ ପମ୍ପରେ ଲାଗିଥିବା ନିଆଁ ନିୟନ୍ତ୍ରଣାଧିନ ରହିଛି ସେ ଟ୍ଵିଟ୍ କରି ସୂଚନା ଦେଇଛନ୍ତି।

ମତାମତ ଦିଅନ୍ତୁ ।