ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ

ଜଗତସିଂହପୁର : ବାଲିକୁଦା ନାରଦିଆ ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଏରସମା ଥାନା ମଠସାହି ଗାଁର ପୁଷ୍ପକ କାଣ୍ଡି ଓ ନକୁଳ କାଣ୍ଡି। ଉଭୟ ବାଲିକୁଦାରୁ ଘରକୁ ଫେରୁଥିବା ବେଳେ ନାରଦିଆ ଛକ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ପିକ୍‌ଅପ୍‌ ଭ୍ୟାନରେ ପିଟି ହୋଇ ଯାଇଥିଲେ।

ଖବର ପାଇ ବାଲିକୁଦା ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ବାଲିକୁଦା ମେଡିକାଲରେ ଭର୍ତ୍ତି କରିଥିଲେ। କିନ୍ତୁ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ବାଲିକୁଦା ପୋଲିସ ଦୁର୍ଘଟଣା ଘଟାଇଥିବା ଭ୍ୟାନକୁ ଜବତ କରିବା ସହିତ ଡ୍ରାଇଭରକୁ ଥାନାରେ ଅଟକ ରଖିଥିବା ଜଣାପଡିଛି।

ମତାମତ ଦିଅନ୍ତୁ ।