ପିପିଲି ପାଇଁ ବିଜେପିର ୩୦ ଷ୍ଟାର ପ୍ରଚାରକ

ଭୁବନେଶ୍ୱର : ପିପିଲି ଉପ ନିର୍ବାଚନ ପାଇଁ ବିଜେପି ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି। ଏହି ତାଲିକାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ସମେତ ବିଜେପି ରାଜ୍ୟ ପ୍ରଭାରୀ ଡି ପୁରନ୍ଦେଶ୍ୱରୀ, ରାଜ୍ୟ ସଭାପତି ସମୀର ମହାନ୍ତି ଓ ମୁଖପାତ୍ର ସମ୍ବିତ ପାତ୍ରଙ୍କ ନାଁ ରହିଛି।

ସେହିପରି ଷ୍ଟାର ପ୍ରଚାରକ ତାଲିକାରେ ବିଜୟ ପାଲ୍ ସିଂହ ତୋମାର, ବିଶେଶ୍ୱର ଟୁଡୁ, ବିରୋଧୀଦଳ ନେତା ପ୍ରଦୀପ୍ତ ନାଏକ, ସାଂସଦ ଜୁଏଲ ଓରାମ, କେ ଭି ସିଂହ ଦେଓ, ନେତା ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ବିଜୟ ମହାପାତ୍ର, ବିଷ୍ଣୁ ଚରଣ ସେଠୀ, ମାନସ ମହାନ୍ତି, ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର, ଲେଖାଶ୍ରୀ ସାମନ୍ତସିଂହାର, ଶ୍ରୀତମ ଦାସ, ଅପରାଜିତା ଷଡଙ୍ଗୀ, ଜୟନାରାୟଣ ମିଶ୍ର, ସୁରମା ପାଢୀ, ଖାରବେଳ ସ୍ୱାଇଁ, ଅଶ୍ୱିନୀ ବୈଷ୍ଣବ, ପ୍ରକାଶ ମିଶ୍ର, ହରିହର ମହାପାତ୍ର, ପିଙ୍କି ପ୍ରଧାନ, ଅନୁ ଚୌଧୁରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନାଁ ରହିଛି।

Leave a Reply

Your email address will not be published. Required fields are marked *

Back to top button