ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲଲମାର୍କରେ ପରିଣତ ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଅନେକ ଜିଲ୍ଲାରେ ମଧ୍ୟମ ଧରଣ ବର୍ଷାର ସମ୍ଭାବନା ରହିଛି। ସେହିପରି ଉତ୍ତର ଉପକୂଳ ଓ ଆଭ୍ୟନ୍ତର ଜିଲ୍ଲାର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହେବ। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ପୂର୍ବନୁମାନ କରିଛି। ତେବେ ମାଲକାନଗିରି, କୋରାପୁଟ, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ମତାମତ ଦିଅନ୍ତୁ ।