ପ୍ରବଳ ବର୍ଷା ସମ୍ଭାବନା: ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୯ ତାରିଖରୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ୧୦ କିମ୍ବା ୧୧ ତାରିଖ ବେଳକୁ ଅବପାତର ରୂପ ନେଇପାରେ। ଏହାର ପ୍ରଭାବରେ ୧୧ ତାରିଖରୁ ୧୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହିପରି ୧୬ ତାରିଖ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି ବୋଲି ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍‌ କହିଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଗଂଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେଥିପାଇଁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି।

ମତାମତ ଦିଅନ୍ତୁ ।