ପ୍ରବଳ ବର୍ଷିବ : ୧୯କୁ ଅରେଞ୍ଜ ଓ ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର : ଆସନ୍ତା ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଳ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁୁ ଏହି ପୂର୍ବାନୁମାନ କରାଯାଇଛି।

ଶନିବାର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ରବିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ସମ୍ବଲପୁର, ଦେବଗଡ, ବରଗଡ, ଝାରସୁଗୁଡା, ଅନୁଗୁଳ, ବଲାଙ୍ଗୀର, ନୂଆପଡା, ସୁନ୍ଦରଗଡ, କେନ୍ଦୁଝର, ଢ଼େଙ୍କାନାଳ, ଯାଜପୁର ଓ ମାଲକାନଗିରିର ବହୁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡା ସମ୍ବଲପୁର, ଦେବଗଡ, ବରଗଡ, ଝାରସୁଗୁଡା ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସମସ୍ତ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କଟକ, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଏହାକୁ ଦୃଷ୍ଟିରେ ରଖି ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ମତାମତ ଦିଅନ୍ତୁ ।