ତ୍ୱରିତ ନ୍ୟାୟ ପୀଡ଼ିତ ଓ ନିର୍ଦ୍ଦୋଷଙ୍କୁ ସହାୟକ ହେବ : ରାଷ୍ଟ୍ରପତି

କଟକ : ବିଳମ୍ବିତ ନ୍ୟାୟ ପାଇଁ ଅନେକଙ୍କ ଜୀବନ ଜେଲରେ କଟୁଛି। ଏଥିପାଇଁ ପୀଡ଼ିତ ହତାଶ ହୋଇପଡୁଛି। ତେଣୁ ତ୍ୱରିତ ନ୍ୟାୟ ଉଭୟ ପୀଡ଼ିତ ଓ ନିର୍ଦ୍ଦୋଷଙ୍କୁ ସହାୟକ ହେବ। ଏହା କହିଛନ୍ତି ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ଜବାହାରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ୭୫ତମ ପ୍ରତିଷ୍ଠା ଦିବସ ପୂର୍ତ୍ତି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ତ୍ୱରିତ ନ୍ୟାୟ ପ୍ରଦାନ ଉପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁତ୍ୱ ଦେଇଛନ୍ତି। ରାଷ୍ଟ୍ରପତି ‘ଜୟ ଜଗନ୍ନାଥ’ କହି ନିଜର ଅଭିଭାଷଣ ଆରମ୍ଭ କରିବା ସହିତ କାରଗିଲ ଦିବସ ଅବସରରେ ସହିଦଙ୍କୁ ନମନ କରିଛନ୍ତି। ଓଡ଼ିଶାର ସହିଦ ପଦ୍ମପାଣି ଆଚାର୍ଯ୍ୟଙ୍କ କଥା ମଧ୍ୟ ନିଜ ଭାଷଣରେ ଉଲ୍ଲେଖ କରିଛନ୍ତି।

ଏହି ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଓଡ଼ିଶା ଉଚ୍ଚ ନ୍ୟାୟଳୟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଡକ୍ଟର ଏସ ମୁରଲୀଧର, ବାର ଆସୋସିଏସନର ସଭାପତି ଧରଣୀଧର ନାୟକ ଓ ରାଜ୍ୟ ଆଇନମନ୍ତ୍ରୀ ଜଗନ୍ନାଥ ସାରକା ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ବହୁ ଆଇନଜୀବୀ ଓ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *

Back to top button